Living in Bhubaneswar
Saturday, March 26, 2016
ଜଗନ୍ନାଥ ଭଜନ - କେଣେ ଘେନି ଯାଉଛ ଜଗନ୍ନାଥଙ୍କୁ
କବି - ସାଲବେଗ
ଗାୟକ - ଅକ୍ଷୟ ମହାନ୍ତି
ଭଜନର ୟୁଟ୍ୟୁବ୍ ଲିଙ୍କ୍ - https://www.youtube.com/watch?v=NlatVl8IOfo
ଫଟୋ କ୍ରେଡ଼ିଟ୍ - ୱିକିମିଡ଼ିଆ କମନସ୍
କେଣେ ଘେନି ଯାଉଛ ଜଗନ୍ନାଥଙ୍କୁ
ଆମେ ଦ୍ରଶନ କରିବୁ କାହାକୁ ।।
ଖୁଣ୍ଟିଆ ଡାକ ଦେଲେ ପହଣ୍ଡି ବିଜେ ହେଲେ
ବିଜୟ କର ପ୍ରଭୁ ଚାପକୁ ।୧।
କୁଳବଧୂଙ୍କ ରଡ଼ି ପଣ୍ଡାଏ ଗଡ଼ାଗଡ଼ି
ବିଧାତା ବାମ ହେଲା ଓଡ଼ିଶାକୁ ।୨।
ବଡ଼ ଦେଉଳୁ ବାହାରି ଶଗଡ଼ିରୁ ବିଜେ କରି
ରେଣୁ ଯେ ପଡ଼ୁଥିବ ଶ୍ରୀମୁଖକୁ ।୩।
କହଇ ସାଲବେଗ ନିର୍ମାଲ୍ୟ କାହୁଁ ହେବ
ଧିକ ଧିକ ଆମ୍ଭ ଜୀବନକୁ ।୪।
No comments:
Post a Comment
Newer Post
Older Post
Home
Subscribe to:
Post Comments (Atom)
No comments:
Post a Comment