Friday, October 07, 2016

ଗୋପବନ୍ଧୁ ଦାଶ କୃତ କଠୋପନିଷଦ୍ ର ଓଡ଼ିଆ ପଦ୍ୟାନୁବାଦ 


ଦ୍ୱିତୀୟ ଅଧ୍ୟାୟ 


ଦ୍ୱିତୀୟ ବଲ୍ଲୀ : ମନ୍ତ୍ର ୯




ଜଗତର ଅନ୍ତର୍ଗତ ଅଗ୍ନି ଯଥା ଏକ
ରୂପଭେଦେ କାଷ୍ଠାଦିରେ ପ୍ରକାଶେ ଅନେକ ।

ତଥା ଏକ ଆତ୍ମା ସର୍ବଭୂତ ଅଭ୍ୟନ୍ତରେ
ଶରୀର ବିଭେଦେ ଦିଶେ ବିଭିନ୍ନ ରୂପରେ ।

ଶରୀର ଆକାର ବର୍ଣ୍ଣେ ଆତ୍ମା ଅବାଧିତ 
ଆକାଶ ପରାଏ ମୁକ୍ତ ବିକାରରହିତ । (ନ.ଉ. ୨।୨।୩୨)

No comments:

Post a Comment